26
ଆୟୁବ - ପରମେଶ୍ୱରଙ୍କ ମହିମା ଅସୀମ 
 1 ତହିଁରେ ଆୟୁବ ଉତ୍ତର କରି କହିଲା, 
 2 “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! 
ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ! 
 3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ 
ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ! 
 4 ତୁମ୍ଭେ କାହାକୁ କଥା କହୁଅଛ? 
ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?” 
 5 “ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି 
ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି। 
 6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ 
ଓ ବିନାଶ ସ୍ଥାନର* ବିନାଶ ସ୍ଥାନର ଏବ୍ରୀରେ ଅବଦ୍ଦୋନ୍ର କୌଣସି ଆବରଣ ନାହିଁ। 
 7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି 
ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି। 
 8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି 
ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ। 
 9 ସେ ଆପଣା ସିଂହାସନର† ସିଂହାସନର କିମ୍ବା ଚନ୍ଦ୍ରର ମୁଖ ବନ୍ଦ କରନ୍ତି 
ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି। 
 10 ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ 
ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି। 
 11 ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ 
ଓ ଚମତ୍କୃତ ହୁଅନ୍ତି। 
 12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି 
ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି। 
 13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; 
ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି। 
 14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; 
ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ! 
ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”