27
ଆୟୁବ - ମୋହର ସତ୍ୟତା ରଖିବି 
 1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 
 2 “ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; 
ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି; 
 3 (କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି 
ଓ ମୋʼ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି); ସେ ଜୀବିତ ଥିବା ପ୍ରମାଣେ, 
 4 ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ 
ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ। 
 5 ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; 
ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ। 
 6 ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; 
ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ। 
 7 ମୋହର ଶତ୍ରୁ ଦୁଷ୍ଟର ପରି ହେଉ 
ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ। 
 8 କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, 
ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ? 
 9 ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି 
ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ? 
 10 ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବ 
ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ? 
 11 ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; 
ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ। 
 12 ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; 
ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ?” 
 13 “ପରମେଶ୍ୱରଙ୍କ ନିକଟରେ ଦୁଷ୍ଟ ଲୋକର ଏହି ବାଣ୍ଟ 
ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାରପ୍ରାପ୍ତ ହୁଅନ୍ତି। 
 14 ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ 
ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ। 
 15 ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ 
ଓ ସେମାନଙ୍କର* ସେମାନଙ୍କର କିମ୍ବା ତାହାର ବିଧବାମାନେ କିଛି ବିଳାପ କରିବେ ନାହିଁ। 
 16 ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ 
ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ, 
 17 ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ 
ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ। 
 18 ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି 
ଆପଣା ଗୃହ ନିର୍ମାଣ କରେ। 
 19 ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; 
ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ। 
 20 ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; 
ରାତ୍ରିରେ ତୋଫାନ ତାହାକୁ ଅପହରଣ କରିନିଏ। 
 21 ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ 
ଓ ସେ ତାହାକୁ ସ୍ୱ ସ୍ଥାନରୁ ଝାଡ଼ି ନିଏ। 
 22 କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; 
ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ। 
 23 ଲୋକମାନେ ତାହା ପ୍ରତି ହାତତାଳି ମାରିବେ 
ଓ ଶୀଷ୍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।