76
ବିଜୟୀ ପରମେଶ୍ୱର 
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। 
 1 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; 
ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ। 
 2 ମଧ୍ୟ ଶାଲେମ୍ରେ* ଶାଲେମ୍ରେ ଯିରୂଶାଲେମରେ ତାହାଙ୍କର ଆବାସ 
ଓ ସିୟୋନରେ ତାହାଙ୍କର ବାସସ୍ଥାନ। 
 3 ସେଠାରେ ସେ ଧନୁତୀରସବୁ, 
ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। 
[ସେଲା]
  4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ। 
 5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, 
ସେମାନେ ନିଦ୍ରାରେ ନିଦ୍ରିତ† ନିଦ୍ରାରେ ନିଦ୍ରିତ ଅର୍ଥାତ୍ ମରିଅଛନ୍ତି ହୋଇଅଛନ୍ତି; 
ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। 
 6 ହେ ଯାକୁବର ପରମେଶ୍ୱର, 
ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି। 
 7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର 
ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ? 
 8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; 
ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ 
 9 ବିଚାର କରିବାକୁ ଉଠିବା ବେଳେ 
ପୃଥିବୀ ଭୀତ ଓ ନୀରବ ହେଲା। 
[ସେଲା]
  10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; 
ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ। 
 11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; 
ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। 
 12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; 
ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।