87
ଯିରୂଶାଲମର ପ୍ରଶଂସା 
ଗୀତ; କୋରହ-ସନ୍ତାନଗଣର ଗୀତ। 
 1 ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 
 2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା 
ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 
 3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। 
[ସେଲା]
  4 ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; 
ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; 
“ଏହି ଜଣ ସେଠାରେ ଜାତ ହେଲା।” 
 5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” 
ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। 
 6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, 
“ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। 
[ସେଲା]
  7 ଗାୟକ ଓ ନର୍ତ୍ତକମାନେ କହିବେ, 
“ମୋହର ସବୁ ଝର ତୁମ୍ଭଠାରେ ଅଛି।”