110
ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା 
ଦାଉଦଙ୍କର ଗୀତ। 
 1 ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, 
“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” 
 2 ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; 
ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। 
 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; 
ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ। 
 4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, 
“ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”* ଦେଖନ୍ତୁ ଏବ୍ରୀ. ୫:୬; ୬:୨୦; ୭:୧୭,୨୧ 
 5 ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ 
ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ। 
 6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, 
ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; 
ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। 
 7 ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; 
ଏହେତୁ ସେ ଆପଣା ମସ୍ତକ ଉଠାଇବେ।