112
ସଜ୍ଜନର ଆନନ୍ଦ 
 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, 
ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, 
ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। 
 2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ 
ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ। 
 3 ତାହାର ଗୃହରେ ଧନସମ୍ପତ୍ତି ଥାଏ 
ଓ ତାହାର ଧର୍ମ ସଦାକାଳସ୍ଥାୟୀ 
 4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; 
ସେ* ସେ କିଅବା ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ। 
 5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; 
ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। 
 6 କାରଣ ସେ କଦାପି ବିଚଳିତ ନୋହିବ; 
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ। 
 7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। 
ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ। 
 8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, 
ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ। 
 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; 
ତାହାର ଧର୍ମ ସଦାକାଳସ୍ଥାୟୀ; 
ସମ୍ଭ୍ରମରେ ତାହାର ଶୃଙ୍ଗ† ଶୃଙ୍ଗ ଅର୍ଥାତ୍ ବଳ ଉନ୍ନତ ହେବ। 
 10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; 
ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; 
ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।