127
ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି 
ଆରୋହଣ ଗୀତ; ଶଲୋମନଙ୍କ ରଚିତ। 
 1 ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, 
ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; 
ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, 
ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। 
 2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ 
ଓ ଏତେ ବିଳମ୍ବରେ ବିଶ୍ରାମ କର, 
ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। 
କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। 
 3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର 
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର* ପୁରସ୍କାର ଅର୍ଥାତ୍ ଆଶୀର୍ବାଦ। 
 4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। 
 5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; 
ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ 
ଲଜ୍ଜିତ ହେବେ ନାହିଁ।