129
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। 
ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା 
ଆରୋହଣ ଗୀତ। 
 1 “ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, 
ଇସ୍ରାଏଲ ଏବେ କୁହନ୍ତୁ; 
 2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; 
ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି। 
 3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; 
ସେମାନେ ଲମ୍ବ ଲମ୍ବ ଶିଆର କଲେ।” 
 4 ସଦାପ୍ରଭୁ ଧର୍ମମୟ; 
ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।* ଅର୍ଥାତ୍ ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି। 
 5 ସିୟୋନକୁ ଘୃଣା କରିବା 
ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। 
 6 ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, 
ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; 
 7 ଯଦ୍ଦ୍ୱାରା କଟାଳି ଆପଣା ହସ୍ତ, 
ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। 
 8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, 
ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” 
ଏହା ପଥିକମାନେ କହନ୍ତି ନାହିଁ।