132
ମନ୍ଦିରର ପ୍ରଶଂସା 
ଆରୋହଣ ଗୀତ। 
 1 ହେ ସଦାପ୍ରଭୋ, ଦାଉଦ ପକ୍ଷରେ 
ତାହାର ସକଳ କ୍ଳେଶ ସ୍ମରଣ କର; 
 2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, 
ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା; 
 3 “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ 
ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, 
 4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, 
କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ। 
 5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, 
ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।” 
 6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; 
ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ। 
 7 ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; 
ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା। 
 8 ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର। 
 9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; 
ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ। 
 10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ 
ମୁଖ ଫେରାଇ ଦିଅ ନାହିଁ। 
 11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; 
ସେ ତହିଁରୁ ଫେରିବେ ନାହିଁ। 
“ଆମ୍ଭେ ତୁମ୍ଭ ତନୁଜାତ ଫଳକୁ* ଫଳକୁ ଅର୍ଥାତ୍ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା। 
 12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ 
ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, 
ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।” 
 13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; 
ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି। 
 14 “ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; 
ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ। 
 15 ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; 
ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା। 
 16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା 
ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ। 
 17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; 
ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। 
 18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; 
ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।”† ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ