134
ସଦାପ୍ରଭୁଙ୍କ ସ୍ତୁତିଗାନ 
ଆରୋହଣ ଗୀତ। 
 1 ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, 
ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 
 2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ 
ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। 
 3 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା 
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।