150
ପରମେଶ୍ୱରଙ୍କ ସ୍ତୁତିଗାନ 
 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। 
ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; 
ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; 
 2 ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। 
ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। 
 3 ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର; 
ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। 
 4 ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। 
ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। 
 5 ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; 
ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; 
 6 ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। 
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।