13
ସହାୟତା ପାଇଁ ନିବେଦନ 
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 
 1 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? 
ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ? 
 2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ 
କେତେ କାଳ ମନେ ମନେ ପରାମର୍ଶ କରିବି? 
କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ? 
 3 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; 
ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; 
 4 କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” 
ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। 
 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; 
ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; 
 6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, 
କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।