149
ସ୍ତୁତି ଭଜନ 
 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। 
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର 
ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। 
 2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; 
ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। 
 3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; 
ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। 
 4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; 
ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। 
 5 ଭକ୍ତଗଣ ବିଜୟରେ* ବିଜୟରେ ଗୌରବରେ ଉଲ୍ଲସିତ ହେଉନ୍ତୁ; 
ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। 
ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; 
 6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। 
 7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, 
ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ, 
 8 ସେମାନଙ୍କ ରାଜାଗଣକୁ ଶିକୁଳିରେ 
ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ, 
 9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, 
ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। 
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।