ବିନ୍ୟାମୀନ୍‍ଙ୍କ ବଂଶଧର
୧ ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍‍ବେଲ ଓ ତୃତୀୟ ଅହର୍ହ; ୨ ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା। ୩ ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ, ୪ ଅବୀଶୂୟ, ନାମାନ୍‍, ଆହୋହ, ୫ ଗେରା, ଶଫୂଫନ୍‍ ଓ ହୂରମ୍‍। ୬ ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍‍କୁ ନିଆ ଯାଇଥିଲେ। ୭ ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା। ୮ ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍‍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍‍ ଓ ବାରା ତାହାର ଭାର୍ଯ୍ୟା ଥିଲେ। ୯ ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍, ୧୦ ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ। ୧୧ ଆଉ ସେ ହୂଶୀମ୍‍ ଗର୍ଭରେ ଆବୀଟୂବ ଓ ଇଲ୍‍ପାଲକୁ ଜାତ କଲା। ୧୨ ଆଉ ଇଲ୍‍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍, ୧୩ ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ। ୧୪ ପୁଣି, ଅହୀୟୋ, ଶାଶକ୍‍, ଯେରେମୋତ୍‍, ୧୫ ସବଦୀୟ, ଅରାଦ୍‍, ଏଦର, ୧୬ ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ; ୧୭ ଆଉ ସବଦୀୟ, ମଶୁଲ୍ଲମ୍‍, ହିଷ୍‍କି, ହେବର, ୧୮ ଯିଷ୍ମରୟ, ଯିଷ୍‍ଲୀୟ ଓ ଯୋବବ୍‍ ଇଲ୍‍ପାଲର ପୁତ୍ର ଥିଲେ। ୧୯ ଆଉ ଶିମୀୟିର ପୁତ୍ର ଯାକୀମ୍‍, ସିଖ୍ରି, ସବ୍‍ଦି, ୨୦ ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍‍, ୨୧ ଅଦାୟା, ବରାୟା ଓ ଶିମ୍ରତ୍‍; ୨୨ ଆଉ ଶାଶକ୍‍ର ପୁତ୍ର ଯିଶ୍ପନ୍‍, ଏବର, ଇଲୀୟେଲ୍‍, ୨୩ ଅବଦୋନ୍‍, ସିଖ୍ରି, ହାନନ୍‍, ୨୪ ହନାନୀୟ, ଏଲମ୍‍, ଅନ୍ତୋଥୀୟ, ୨୫ ଯିଫଦୀୟ ଓ ପନୂୟେଲ; ୨୬ ଆଉ, ଯିରୋହମର ସନ୍ତାନ ଶମ୍‍ଶରୟ, ଶହରୀୟ, ଅଥଲୀୟ, ୨୭ ଯାରିଶୀୟ, ଏଲୀୟ ଓ ସିଖ୍ରି; ୨୮ ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ। ୨୯ ଆଉ ଗିବୀୟୋନ୍‍ର ପିତା ଯିୟେଲ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା। ୩୦ ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନାଦବ୍‍, ୩୧ ଗଦୋର୍‍, ଅହୀୟୋ ଓ ସଖର; ୩୨ ପୁଣି, ମିକ୍ଲୋତ୍‍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ। ୩୩ ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ। ୩୪ ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା। ୩୫ ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତରେୟ ଓ ଆହସ୍‌। ୩୬ ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍‍ସାକୁ ଜାତ କଲା। ୩୭ ମୋତ୍‍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍‍ସେଲ; ୩୮ ପୁଣି, ଆତ୍‍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍‍ସେଲର ପୁତ୍ର। ୩୯ ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍। ୪୦ ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।