ଜ୍ଞାନର ପୁରସ୍କାର
୧ ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ’ କଥା ଗ୍ରହଣ କର ଓ ମୋ’ ଆଜ୍ଞାସବୁ ମନରେ ରଖ; ୨ ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର; ୩ ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର; ୪ ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର; ୫ ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ। ୬ ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ। ୭ ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି। ୮ ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ। ୯ ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ। ୧୦ କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ; ୧୧ ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ। ୧୨ ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି, ୧୩ ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି; ୧୪ ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ; ୧୫ ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ। ୧୬ ଆଉ, ଯେଉଁ ପରସ୍ତ୍ରୀ* ଅର୍ଥାତ୍ ବେଶ୍ୟା ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ଅର୍ଥାତ୍ ତାହାର ସ୍ବାମୀକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ ୧୭ ଯାହାର ଗୃହ ମୃତ୍ୟୁୁ ଆଡ଼େ ୧୮ ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ ନିକଟକୁ ଗମନ କଲେ ଅର୍ଥାତ୍ ଶୟନ କରିବାକୁ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, ୧୯ ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ। ୨୦ ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର, ୨୧ ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ। ୨୨ ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।

*୨:୧୬ ଅର୍ଥାତ୍ ବେଶ୍ୟା

୨:୧୬ ଅର୍ଥାତ୍ ତାହାର ସ୍ବାମୀକୁ

୨:୧୮ ନିକଟକୁ ଗମନ କଲେ ଅର୍ଥାତ୍ ଶୟନ କରିବାକୁ