ସଦାପ୍ରଭୁଙ୍କ ମହିମା, ମନୁଷ୍ୟର ମର୍ଯ୍ୟାଦା
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଦାଉଦଙ୍କର ଗୀତ।
 
୧ ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ !
ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
୨ ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ
ଆପଣା ବିପକ୍ଷଗଣ ସକାଶୁ
ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
୩ ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ
ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
୪ ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ?
ଓ ମାନବଜାତି* ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ?
୫ ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଦୂତଗଣଙ୍କ କିମ୍ବା ପରମେଶ୍ୱର ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ,
ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
୬ ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ;
ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
୭ ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
୮ ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ,
ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
୯ ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ,
ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

*୮:୪ ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର

୮:୫ ଦୂତଗଣଙ୍କ କିମ୍ବା ପରମେଶ୍ୱର