୭୦
ସାହାଯ୍ୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ।
 
୧ ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ;
ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।
୨ ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ;
ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ।
୩ ଯେଉଁମାନେ “ହଁ, ହଁ” ବୋଲି କହନ୍ତି,
ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।
୪ ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ;
ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି,
“ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,
୫ ମାତ୍ର ମୁଁ ଦରିଦ୍ର ଓ ଦୀନହୀନ;
ହେ ପରମେଶ୍ୱର, ମୋ’ ପକ୍ଷରେ ସତ୍ୱର ହୁଅ;
ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ;
ହେ ସଦାପ୍ରଭୁ, ବିଳମ୍ବ କର ନାହିଁ।