୯୩
ସଦାପ୍ରଭୁ ହିଁ ରାଜା
୧ ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ;
ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି;
ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
୨ ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ;
ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।
୩ ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି,
ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି;
ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
୪ ଜଳରାଶିର ଧ୍ୱନି ଓ
ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
୫ ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ;
ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।