୧୧୦
ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା
ଦାଉଦଙ୍କର ଗୀତ।
 
୧ ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି,
“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
୨ “ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ;
ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
୩ ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି;
ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”
୪ ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ,
“ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”* ଦେଖନ୍ତୁ ଏବ୍ରୀ. ୫:୬; ୬:୨୦; ୭:୧୭,୨୧
୫ ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ
ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
୬ ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ,
ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ;
ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।
୭ ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ;
ଏହେତୁ ସେ ଆପଣା ମସ୍ତକ ଉଠାଇବେ।

*୧୧୦:୪ ଦେଖନ୍ତୁ ଏବ୍ରୀ. ୫:୬; ୬:୨୦; ୭:୧୭,୨୧