୧୧୩
ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି
୧ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର,
ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର,
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
୨ ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।
୩ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।
୪ ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ
ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,
୫ ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
୬ ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ?
୭ ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
୮ ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।
୯ ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ
ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।