୧୨୯
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା
ଆରୋହଣ-ଗୀତ।
 
୧ “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,”
ଇସ୍ରାଏଲ ଏବେ କୁହନ୍ତୁ;
୨ “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି;
ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି।
୩ କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ;
ସେମାନେ ଲମ୍ବ ଲମ୍ବ ଶିଆର କଲେ।
୪ ସଦାପ୍ରଭୁ ଧର୍ମମୟ;
ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।”* ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତି କରିଅଛନ୍ତି।” ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି।
୫ ସିୟୋନକୁ ଘୃଣା କରିବା
ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
୬ ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ,
ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
୭ ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ,
ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
୮ “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ,
ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,”
ଏହା ପଥିକମାନେ କହନ୍ତି ନାହିଁ।

*୧୨୯:୪ ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତି କରିଅଛନ୍ତି।” ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି।