୧୩୨
ମନ୍ଦିରର ପ୍ରଶଂସା
ଆରୋହଣ-ଗୀତ।
 
୧ ହେ ସଦାପ୍ରଭୁ, ଦାଉଦ ପକ୍ଷରେ
ତାହାର ସକଳ କ୍ଳେଶ ସ୍ମରଣ କର;
୨ ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା,
ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
୩ “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ
ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
୪ ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ,
କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
୫ ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ,
ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
୬ ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ;
ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
୭ ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା;
ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
୮ ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
୯ ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ;
ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
୧୦ ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ
ମୁଖ ଫେରାଇ ଦିଅ ନାହିଁ।
୧୧ ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି;
ସେ ତହିଁରୁ ଫେରିବେ ନାହିଁ।
“ଆମ୍ଭେ ତୁମ୍ଭ ତନୁଜାତ ଫଳକୁ* ଫଳକୁ ଅର୍ଥାତ୍ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା।
୧୨ ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ
ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ,
ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
୧୩ କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି;
ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
୧୪ ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ;
ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
୧୫ ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା;
ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
୧୬ ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା
ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
୧୭ ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା;
ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
୧୮ ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା;
ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ। ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ

*୧୩୨:୧୧ ଫଳକୁ ଅର୍ଥାତ୍ ପୁତ୍ରକୁ

୧୩୨:୧୮ ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ