୧୩୩
ଭ୍ରାତୃପ୍ରେମ
ଆରୋହଣ ଗୀତ, ଦାଉଦଙ୍କ ରଚିତ।
 
୧ ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା
କିପରି ଉତ୍ତମ ଓ ମନୋହର !
୨ ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ,
ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି
ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
୩ ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ,
ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ।
କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ,
ଅନନ୍ତ ଜୀବନ ଆଜ୍ଞା କଲେ।