୧୩୮
ଧନ୍ୟବାଦ ସ୍ତୁତି
ଦାଉଦଙ୍କର ଗୀତ।
 
୧ ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି;
ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି।
୨ ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି,
ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି।
କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।
୩ ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ,
ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ।
୪ ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ,
କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି।
୫ ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ;
କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍।
୬ ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି;
ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
୭ ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ* ସୁରକ୍ଷିତ ସଜୀବ ରଖିବ,
ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ
ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
୮ ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ;
ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ;
ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।

*୧୩୮:୭ ସୁରକ୍ଷିତ ସଜୀବ