୨୬
ଆୟୁବ - ଈଶ୍ୱରଙ୍କ ମହିମା ଅସୀମ
୧ ତହିଁରେ ଆୟୁବ ଉତ୍ତର କରି କହିଲା, ୨ “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ ! ୩ ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ !” ୪ ତୁମ୍ଭେ କାହାକୁ କଥା କହୁଅଛ ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା ? ୫ ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି। ୬ ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର* ବିନାଶ ସ୍ଥାନର ଏବ୍ରୀରେ ଅବଦ୍ଦୋନ୍‍ର କୌଣସି ଆବରଣ ନାହିଁ। ୭ ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି। ୮ ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକୁ ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ। ୯ ସେ ଆପଣା ସିଂହାସନର ସିଂହାସନର କିମ୍ବା ଚନ୍ଦ୍ରର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି। ୧୦ ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି। ୧୧ ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି। ୧୨ ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି। ୧୩ ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି। ୧୪ ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ ?”

*୨୬:୬ ବିନାଶ ସ୍ଥାନର ଏବ୍ରୀରେ ଅବଦ୍ଦୋନ୍‍ର

୨୬:୯ ସିଂହାସନର କିମ୍ବା ଚନ୍ଦ୍ରର