୨୧
ଲେବୀର ଅଧିକାର
୧ ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ; ୨ ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।” ୩ ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗର ସମୁହ ଓ ତହିଁର ତଳିଭୂମି ଦେଲେ। ୪ ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ। ୫ ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ। ୬ ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ। ୭ ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍‍ ବଂଶ ଓ ଗାଦ୍‍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ। ୮ ଏହିରୂପେ ଇସ୍ରାଏଲ ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ। ୯ ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି। ୧୦ ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା। ୧୧ ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା। ୧୨ ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ। ୧୩ ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି, ୧୪ ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି, ୧୫ ହୋଲୋନ୍‍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି, ୧୬ ଐନ୍‍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ। ୧୭ ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍‍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି, ୧୮ ଅନାଥୋତ୍‍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର। ୧୯ ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା। ୨୦ ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍‍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ। ୨୧ ପୁଣି ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି, ୨୨ କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। ୨୩ ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି, ୨୪ ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। ୨୫ ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ। ୨୬ କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା। ୨୭ ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍‍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ। ୨୮ ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି, ୨୯ ଯର୍ମୂତ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। ୩୦ ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍‍ ଓ ତହିଁ ତଳିଭୂମି, ୩୧ ହିଲକତ୍‍ ଓ ତହିଁ ତଳିଭୂମି, ରହୋବ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। ୩୨ ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ। ୩୩ ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ। ୩୪ ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି, ୩୫ ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। ୩୬ ପୁଣି ରୁବେନ୍‍ ବଂଶରୁ ବେତ୍‍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି, ୩୭ କଦେମୋତ୍‍ ଓ ତହିଁ ତଳିଭୂମି, ମେଫାତ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। ୩୮ ଆଉ ଗାଦ୍‍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍‍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି, ୩୯ ହିଷ୍‍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ। ୪୦ ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍‍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା। ୪୧ ଇସ୍ରାଏଲ ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା। ୪୨ ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।
ଇସ୍ରାଏଲର ଦେଶ ଅଧିକାର
୪୩ ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ। ୪୪ ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। ୪୫ ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।