୧୫
ସଦାପ୍ରଭୁଙ୍କ ଆବଶ୍ୟକତା
ଦାଉଦଙ୍କର ଗୀତ।
 
୧ ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ?
ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ?
୨ ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା
ଅନ୍ତଃକରଣରେ ସତ୍ୟ କହେ।
୩ ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ,
ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ,
କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
୪ ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ;
ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ।
ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
୫ ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ,
କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ।
ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।