୪୩
ନିର୍ବାସିତର ପ୍ରାର୍ଥନା (2)
୧ ହେ ପରମେଶ୍ୱର, ମୋହର ବିଚାର କର
ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର
ଗୁହାରି ନିଷ୍ପତ୍ତି କର;
ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର
କର।
୨ କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର
ଅଟ;
ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୁଁ କାହିଁକି
ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି ?
୩ ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା
ମୋହର ପଥଦର୍ଶକ ହେଉ;
ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ
ମୋତେ ପ୍ରବେଶ କରାଉ।
୪ ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର
ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି;
ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ
ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।
୫ ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ
ହେଉଅଛ ?
ଓ ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ?
ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର
ତାହାଙ୍କର ପ୍ରଶଂସା କରିବି,
ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର
ଅଟନ୍ତି।