୮୨
ପରମେଶ୍ୱର ସର୍ବୋପରିସ୍ଥ ରାଜା
ଆସଫର ଗୀତ।
 
୧ ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି;
ସେ ଦେବତାମାନଙ୍କ* ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ ବିଚାର କରନ୍ତି।
୨ ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ?
ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? [ସେଲା]
୩ ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର;
ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
୪ ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର;
ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।
୫ ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ;
ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି;
ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
୬ ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ
ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
୭ ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ
ଜଣେ ଅଧିପତି ତୁଲ୍ୟ ପତିତ ହେବ।”
୮ ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର;
କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।

*୮୨:୧ ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ