ଚତୁର୍ଥ ଖଣ୍ଡ
୯୦
ପରମେଶ୍ୱର ଓ ମନୁଷ୍ୟ
ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା।
 
୧ ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ
ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
୨ ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ
ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ
ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
୩ ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ।
ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
୪ କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ
ଓ ରାତ୍ରିର ଏକ ପ୍ରହରର ସମାନ।
୫ ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ।
ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
୬ ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ;
ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ।
୭ କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ,
ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
୮ ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ,
ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
୯ କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ;
କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
୧୦ ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ,
ଅବା ବଳ ସକାଶୁ ଅଶୀ ବର୍ଷ ହୁଏ;
ତଥାପି ତହିଁର ବଳ* ବଳ ଗର୍ବ ଓ ପରିଶ୍ରମ ଦୁଃଖ ମାତ୍ର;
କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ ଉଡ଼ିଯାଉ ଅର୍ଥାତ୍ ମରିଯାଉ
୧୧ ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ
ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ?
୧୨ ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ,
ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
୧୩ ହେ ସଦାପ୍ରଭୁ, ଫେର; କେତେ କାଳ ?
ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
୧୪ ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର;
ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
୧୫ ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ
ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
୧୬ ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ
ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
୧୭ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;
ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର;
ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।

*୯୦:୧୦ ବଳ ଗର୍ବ

୯୦:୧୦ ଉଡ଼ିଯାଉ ଅର୍ଥାତ୍ ମରିଯାଉ