୧୧୨
ସଜ୍ଜନର ଆନନ୍ଦ
୧ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର,
ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ,
ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
୨ ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ
ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ।
୩ ତାହାର ଗୃହରେ ଧନ ସମ୍ପତ୍ତି ଥାଏ
ଓ ତାହାର ଧର୍ମ ସଦାକାଳସ୍ଥାୟୀ
୪ ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ;
ସେ* ସେ କିଅବା ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।
୫ ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ;
ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
୬ କାରଣ ସେ କଦାପି ବିଚଳିତ ନୋହିବ;
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
୭ ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ।
ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
୮ ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ,
ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।
୯ ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି;
ତାହାର ଧର୍ମ ସଦାକାଳସ୍ଥାୟୀ;
ସମ୍ଭ୍ରମରେ ତାହାର ଶୃଙ୍ଗ ଶୃଙ୍ଗ ଅର୍ଥାତ୍ ବଳ ଉନ୍ନତ ହେବ।
୧୦ ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ;
ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ;
ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।

*୧୧୨:୪ ସେ କିଅବା ସଦାପ୍ରଭୁ

୧୧୨:୯ ଶୃଙ୍ଗ ଅର୍ଥାତ୍ ବଳ