୧୨୬
ମୁକ୍ତିର ସଙ୍ଗୀତ
ଆରୋହଣ-ଗୀତ।
 
୧ ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ* ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ କିମ୍ବା ଦାସତ୍ୱାବସ୍ଥାରୁ ସିୟୋନକୁ ଆଣିଲେ
ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।
୨ ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ
ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା;
ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ,
“ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”
୩ ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି;
ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।
୪ ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି
ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।
୫ ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
୬ ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ,
ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

*୧୨୬:୧ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ କିମ୍ବା ଦାସତ୍ୱାବସ୍ଥାରୁ ସିୟୋନକୁ ଆଣିଲେ