୧୪୯
ସ୍ତୁତି ଭଜନ
୧ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ
ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।
୨ ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ;
ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
୩ ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ;
ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
୪ କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି;
ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
୫ ଭକ୍ତଗଣ ବିଜୟରେ* ବିଜୟରେ ଗୌରବରେ ଉଲ୍ଲସିତ ହେଉନ୍ତୁ;
ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ।
ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;
୬ ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।
୭ ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ,
ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
୮ ସେମାନଙ୍କ ରାଜାଗଣକୁ ଶିକୁଳିରେ
ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,
୯ ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ,
ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

*୧୪୯:୫ ବିଜୟରେ ଗୌରବରେ