୧୫୦
ପରମେଶ୍ୱରଙ୍କ ସ୍ତୁତିଗାନ
୧ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର;
ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;
୨ ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର।
ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
୩ ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
୪ ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର।
ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।
୫ ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର;
ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
୬ ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।