୧ ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ। ୨ ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ। ୩ ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ। ୪ ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ। ୫ ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି। ୬ ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ ! ୭ ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ। ୮ ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି : ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ; ୯ ତୁମ୍ଭର ମୁଖ* ମୁଖ କିମ୍ବା ଚୁମ୍ବନ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ କିଅବା ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ। ୧୦ ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି।
କନ୍ୟାର ପ୍ରେମ ପ୍ରଦାନ
୧୧ ଆସ, ମୋ’ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ ପଲ୍ଲୀଗ୍ରାମରେ କିଅବା ହେନା ବୁଦାରେ କିମ୍ବା ବନ୍ୟ ପୁଷ୍ପରେ କାଳକ୍ଷେପଣ କରୁ। ୧୨ ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି। ୧୩ ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।

*୭:୯ ମୁଖ କିମ୍ବା ଚୁମ୍ବନ

୭:୯ ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ କିଅବା ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ

୭:୧୧ ପଲ୍ଲୀଗ୍ରାମରେ କିଅବା ହେନା ବୁଦାରେ କିମ୍ବା ବନ୍ୟ ପୁଷ୍ପରେ